www.samajalive.in
Sunday, December 7, 2025
23.1 C
Bhubaneswar

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ ବନ୍ଧୁକଧାରି ଆଖିବୁଜା ଗୁଳିମାଡ଼ କରିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଅନ୍ୟ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୩ ବର୍ଷର ଶିଶୁ, ୧୨ ବର୍ଷର ନାବାଳକ ଏବଂ ୧୬ ବର୍ଷର ନାବାଳିକା ରହିଛନ୍ତି। ଘଟଣାଟି ଘଟିଛି ଦକ୍ଷିଣ ଆଫ୍ରିକାର ପ୍ରିଟୋରିଆ ସହରରେ।

ସୂଚନା ଅନୁସାରେ, ସ୍ଥାନୀୟ ସମୟ ଅପରାହ୍ନ ୪ଟା ୩୦ରେ ୩ ଜଣ ଅଜଣା ବନ୍ଧୁକଧାରୀ ହଷ୍ଟେଲ ଭିତରକୁ ଅଚାନକ ପଶି ଗୁଳିମାଡ଼ କରିଥିଲେ। ଅଳ୍ପ କିଛି ସମୟ ମଧ୍ୟରେ ହଷ୍ଟେଲଟି ରକ୍ତ ରଞ୍ଜିତ ହୋଇଯାଇଥିଲା। ଲୋକଙ୍କ ଭିତରେ କୋକୁଆ ଭୟ ସୃଷ୍ଟି ହୋଇଥିଲା। ଘଟଣା ପରେ ଅଭିଯୁକ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ।

- Advertisement -

ଖବରପାଇ ପୁଲିସ ପହଞ୍ଚି ତଦନ୍ତ କରିଥିଲେ ହେଁ ଆକ୍ରମଣକାରୀଙ୍କୁ ଧରିପାରି ନାହିଁ। ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁଳିକାଣ୍ଡର କାରଣ ଜଣାପଡ଼ି ନାହିଁ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories