www.samajalive.in
Sunday, December 14, 2025
26.1 C
Bhubaneswar

ହାଇକୋର୍ଟରେ ବିଚାରପତି ଅଭାବ, ପୁଣି ୫ଯାଏ ଚାଲିବ ଆଇନଜୀବୀଙ୍କ ଆନ୍ଦୋଳନ

କଟକ  : ବିଚାରପତି ପଦ ପୂରଣ ନେଇ ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ପୁଣି ଅାନ୍ଦୋଳନ ଜାରି ରହିବ ବୋଲି ସୋମବାର ସାଧାରଣ ପରିଷଦ ବୈଠକ ବସିବା ପରେ ଏପରି ନିଷ୍ପତ୍ତି ନିଆଯାଇଛି। ଏହି କାର୍ଯ୍ୟବନ୍ଦ ଆନ୍ଦୋଳନ ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ଜାରି ରହିବ। ୫ତାରିଖ ଦିନ ୧.୨୦ମିନିଟରେ ସାଧାରଣ ପରିଷଦ ବୈଠକ ବସିବା ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ସଂପର୍କରେ ନିଷ୍ପତ୍ତି ନିଆଯିବ ବୋଲି ବାର ସଭାପତି ଶ୍ରୀକାନ୍ତ କୁମାର ନାୟକ ସୂଚନା ଦେଇଛନ୍ତି। ଫେବୃଆରୀ ୧୨ତାରିଖ ଠାରୁ ଏହି ଆନ୍ଦୋଳନ ଚାଲି ଆସୁଛି; ଫଳରେ କୋର୍ଟ କାର୍ଯ୍ୟ ଅଚଳ ହୋଇଯାଇଛି। କୌଣସି ମାମଲାର ଶୁଣାଣି ହୋଇପାରୁ ନ ଥିବାବେଳେ ନୂଆ ମାମଲା ମଧ୍ୟ ରୁଜୁ ହୋଇପାରୁ ନାହିଁ। ବିଚାରପତି ପଦ ପୂରଣ ନେଇ ବାର ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳୀ ଇତିମଧ୍ୟରେ ବରିଷ୍ଠ ବିଚାରପତିଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସେହିପରି ଦାବି ପୂରଣ କରିବା ପାଇଁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରଧାନ ବିଚାରପତି, ମୁଖ୍ୟ ବିଚାରପତି, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆଇନ ମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories