www.samajalive.in
Saturday, December 6, 2025
15.1 C
Bhubaneswar

୨୪ଘଣ୍ଟାରେ ବାତ୍ୟା, ୧୭ରେ ଆନ୍ଧ୍ରରେ ଛୁଇଁବ ସ୍ଥଳଭାଗ

ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଭୀଷଣ ଅବପାତ ରୂପ ନେଇଛି। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାକୁ ୧୨କିମି ବେଗରେ ଗତି କରୁଛି। ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ଏହା ଚେନ୍ନଇଠାରୁ ୯୩୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ପରବର୍ତ୍ତୀ ୨୪ଘଣ୍ଟାରେ ଅବପାତ ଘୂର୍ଣ୍ଣିବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏହା ଅଧିକ ସକ୍ରିୟ ହେବା ସହିତ ପରବର୍ତ୍ତୀ ୩୬ଘଣ୍ଟାରେ ଭୀଷଣ ସମୁଦ୍ରିକ ଝଡ଼ର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ସ୍ବତନ୍ତ୍ର ବୁଲେଟିନରେ କୁହାଯାଇଛି। ବାତ୍ୟା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ରପ୍ରଦେଶ ଉପକୂଳରେ ଅଙ୍ଗୋଲ ଏବଂ କାକିନଡ଼ା ମଧ୍ୟରେ ଆସନ୍ତା ୧୭ତାରିଖ ଅପରାହ୍ନ ସୁଦ୍ଧା ସ୍ଥଳଭାଗ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି।
ଏହାର ପ୍ରଭାବରେ ୧୬ତାରିଖରେ ଓଡ଼ିଶାର କିଛି ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ୧୭ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳ ଏବଂ ଉପକୂଳ ଓଡ଼ିଶାର ଅଳ୍ପ କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ୧୮ରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି। ୧୬ତାରିଖରେ ରାଜ୍ୟର କିଛି ଅଞ୍ଚଳରେ କୋହଲା ପାଗ ରହିବ। ୧୭ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଆଦି ୬ଟି ଜିଲା​‌େ​‌ର ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହାଇପାରେ ବୋଲି ସୂଚନା ମିଳିଛି।
ଓଡ଼ିଶା ଉପକୂଳ ମତ୍ସ୍ୟଜୀବୀଙ୍କ ପାଇଁ କୌଣସି ସତର୍କ ସୂଚନା ନଥିଲେ ହେଁ ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ପଶ୍ଚିମ, ନିକଟବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀମାନେ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି। ତେବେ ଓଡ଼ିଶାର ସବୁ ବନ୍ଦରରେ ଏକ ନମ୍ବର ବିପଦସଙ୍କେତ ଜାରି କରାଯାଇଛି।
ଅବପାତ ଓ ବାତ୍ୟା ପ୍ରଭାବରେ ଆସନ୍ତାକାଲିଠାରୁ ଆନ୍ଧ୍ରପ୍ରଦେଶ ଓ ତାମିଲନାଡ଼ୁରେ ପ୍ରବଳ ବର୍ଷା ସହିତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାକୁ ୬୦ରୁ ୭୦କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି। ସେହିପରି ୧୬ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାକୁ ୮୦ରୁ ୯୦ କିମି ବେଗରେ ପବନ ବହିବ। ବାତ୍ୟା ସକ୍ରିୟ ହେଲେ ପବନର ବେଗ ୧୦୦କିମିକୁ ଛୁଇଁପାରେ ବୋଲି ଆକଳନ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories