www.samajalive.in
Saturday, December 6, 2025
23.1 C
Bhubaneswar

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ; ରାଜଘାଟରେ ଅର୍ପଣ କଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ : ଭାରତ ଗସ୍ତରେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‍ ଜନସନ। ଆଜି ଗସ୍ତର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଭବନରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ପାଛୋଟି ନେଇଥିଲେ। ଭବ୍ୟ ସମ୍ବର୍ଦ୍ଧନା ପରେ ବୋରିସ ଜନସନ କହିଛନ୍ତି ,  ଏହିପରି ଭବ୍ୟ ଓ ପରମ୍ପରାଗତ ସ୍ୱାଗତ ସେ ପୂର୍ବରୁ ଦେଖି ନାହାଁନ୍ତି। ଏହାପରେ ସେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କ ସମାଧିପୀଠରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।
ଏହାସହ ପ୍ରଧାନମନ୍ତ୍ରୀ ଜନସନ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ଠାରୁ ଆରମ୍ଭ କରି ଶକ୍ତି, ସୁରକ୍ଷା ଏବଂ ପ୍ରତିରକ୍ଷା ପର୍ୟ୍ୟନ୍ତ ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଭାରତ ଏବଂ ବ୍ରିଟେନର ସହଯୋଗ ଆବଶ୍ୟକତା ରହିଛି।
ସୂଚନାନୁସାରେ, ଖୁବ୍ ଶୀଘ୍ର ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ।

Hot this week

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

Related Articles

Popular Categories