www.samajalive.in
Friday, December 5, 2025
20.1 C
Bhubaneswar

ଆରପାରିରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ

ଭୁବନେଶ୍ୱର : ପରଲୋକେରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା ।
ସୂଚନାନୁଯାୟୀ, ରାତିରେ ଅବସରଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା । ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଥିଲେ । ସେଠାରେ ପରଲୋକ ହୋଇଥିବା ନେଇ ତାଙ୍କ ପତ୍ନୀ ତୃପ୍ତି ସୂଚନା ଦେଇଛନ୍ତି ।
ଅବସର ବେଉରିଆ ବିଭିନ୍ନ ସ୍ଥାନରେ ଥିବା ଭାରତୀୟ ଦୂତବାସରେ କାମ କରିଛନ୍ତି । ବିଭିନ୍ନ ଦେଶ ସହ ଦ୍ୱିପାକ୍ଷିକ ଆଲୋଚନା ବେଳେ ସେ ଭାରତୀୟ ପ୍ରତିନିଧି ଦଳ ସହ ସାମିଲ ହୋଇଥିଲେ । ଏହାସହ ଭାରତୀୟ ବିଦେଶ ସେବାରେ ଯୋଗ ଦେବା ପୂର୍ବରୁ ସେ ବ୍ୟାଙ୍କ ଅଧିକାରୀ ,ଅଧ୍ୟାପକ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ଏଥିସହିତ ସେ ବିଭିନ୍ନ ସାମାଜିକ କାମରେ ମଧ୍ୟ ଜଡିତ ରହିଥିଲେ । ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories