www.samajalive.in
Sunday, December 7, 2025
14.1 C
Bhubaneswar

ବିହାର : ଟ୍ରକ ଧକ୍କାରେ ୧୨ ମୃତ, ସହାୟତା ରାଶି ଘୋଷଣା

ହାଜୀପୁର : ବିହାରର ସୁଲତାନପୁର ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୨ ଜଣଙ୍କ ଜୀବନ ଚାଲିଯାଇଛି । ରବିବାର ରାତି ସମୟରେ ଅନିୟନ୍ତ୍ରିତ ଓ ଦ୍ରୁତ ଗତିରେ ଥିବା ଏକ ଟ୍ରକ ଧକ୍କାରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ଟ୍ରକଟି ଦ୍ରୁତ ଗତିରେ ଥିବା ବେଳେ ରାସ୍ତାରେ ଏହା ଅନେକଙ୍କ ଉପରେ ଚଢାଇ ଦେଇଥିଲା । ବ୍ରେକ୍‍ ଫେଲ୍‍ ହୋଇଯିବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ଜଣାପଡିଛି ।
ଏହି ଦୁର୍ଘଟଣାରେ କିଛି ଲୋକେ ଗଭୀର ଭାବେ ଆହତ ହୋଇଛନ୍ତି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଘଟଣାଟି ରାତି ପ୍ରାୟ ୯ଟାରେ ଘଟିଥିଲା । ଘଟଣା ପରେ କେନ୍ଦ୍ର ଓ ବିହାର ସରକାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।
ଏହି ଦୁର୍ଘଟଣା ରାଜଧାନୀ ପାଟନାରୁ ପ୍ରାୟ ୩୦ କିଲୋମିଟର ଦୂର ବେଶାଲୀ ଜିଲାରେ ଘଟିଛି । ଏକ ଗଛ ନିକଟରେ କିଛି ଲୋକେ ଜମା ହୋଇଥିଲେ । ରିପୋର୍ଟ ଅନୁଯାୟୀ, ଘଟଣା ସ୍ଥଳରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣଙ୍କ ଜୀବନ ଏଥିରେ ଚାଲି ଯାଇଛି ।
ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । କେନ୍ଦ୍ର ସରକାର ମୃତକଙ୍କ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଥିବା ବେଳେ ଆହତଙ୍କୁ ୫୦ ହଜାର ଟଙ୍କା ଘୋଷଣା କରିଛନ୍ତି ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories