www.samajalive.in
Friday, December 5, 2025
26.1 C
Bhubaneswar

ଖରାତାତିରେ ରେକର୍ଡ ଭାଙ୍ଗିଲା ରାଜଧାନୀ ; ୪୦ ଡିଗ୍ରୀ ସହ ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ଓଡିଶା । ଗତ କିଛି ଦିନ ହେବ ରାଜ୍ୟରେ ଅଧିକାଂଶ ଜିଲାରେ ପ୍ରଚଣ୍ଡ ଖରା ଅନୁଭବ ହେଉଛି। ଏକ ସପ୍ତାହ ମଧ୍ୟରେ ବଲାଙ୍ଗୀର,ଅନୁଗୁଳ ଆଦି ସ୍ଥାନରେ ସର୍ବାଧିକ ତାପମାତ୍ରା ଅନୁଭବ ହେଉଥିବା ବେଳେ ଆଜି ଖରା ତାତିରେ ରେକର୍ଡ ଭାଙ୍ଗିଛି ରାଜଧାନୀ ଭୁବନେଶ୍ୱର। ମୁଣ୍ଡଫଟା ଖରା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଦିନ ସାଢେ ୧୧ଟାରେ ସୁଦ୍ଧା ୪୦ ଡିଗ୍ରୀ ତାପମାତ୍ରା ଛୁଇଁଲା ରାଜଧାନୀ। ୪୦ ଡିଗ୍ରୀ ସହ ସବୁଠାରୁ ଉତ୍ତପ୍ତ ସହର ଭୁବନେଶ୍ୱର। ଝାରସୁଗୁଡା ଓ ଚାନ୍ଦବାଲି ୩୭.୮,ବାଲେଶ୍ୱର ୩୭.୨ ଡିଗ୍ରୀ ରେକର୍ଡ କରାଯାଇଛି। ଖରା ପାଇଁ ସଭିଏଁ ଟ୍ରାଫିକ୍‍ ହେଉ ଅଥବା ରାସ୍ତାରେ ଛାଇ ପାଇବା ମାତ୍ରେ ଠିଆ ହୋଇ ପୁଣି ନିଜ କାର୍ଯ୍ୟରେ ଯାଉଛନ୍ତି। ତେବେ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଆଜି ଭୁବନେଶ୍ୱର ଖରା ରେକର୍ଡ ଭାଙ୍ଗିବ ବୋଲି କୁହାଯାଉଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories