www.samajalive.in
Monday, December 8, 2025
20.1 C
Bhubaneswar

ରନୱେରେ ଯାତ୍ରୀଙ୍କ ରାତ୍ରିଭୋଜନ: ଇଣ୍ଡିଗୋକୁ ୧କୋଟି ୨୦ଲକ୍ଷ ଜୋରିମାନା

ନୂଆଦିଲ୍ଲୀ: ଜାନୁଆରୀ ୧୪ ତାରିଖରେ ବିମାନ ଉଡାଣରେ ଅତ୍ୟଧିକ ବିଳମ୍ବ ଯୋଗୁ ମୁମ୍ବାଇ ବିମାନବନ୍ଦରର ରନୱେ ଉପରେ ଯାତ୍ରୀ ମାନେ ବସି ଖାଉଥିବା ଭିଡ଼ିଓ ସାମ୍ନାକୁ ଆସିଥିଲା। ଇଣ୍ଡିଗୋ ବିମାନ ପକ୍ଷରୁ ସେଠାରେ ଯାତ୍ରୀ ମାନଙ୍କୁ ଖାଦ୍ୟ ଦିଆଯାଇଥିଲା। ଏହି ଘଟଣା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ଇଣ୍ଡିଗୋ ଏୟାରଲାଇନ୍ସକୁ ୧କୋଟି ୨୦ଲକ୍ଷ ଟଙ୍କା ଜୋରିମାନା କରାଯାଇଛି। ଏହାସହିତ ମୁମ୍ବାଇ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ଲିମିଟେଡକୁ ୬୦ଲକ୍ଷ ଟଙ୍କା ଜୋରିମାନା ହୋଇଛି। ବ୍ୟୁରୋ ଅଫ୍‌‌ ସିଭିଲ ଆଭିଏସନ୍‌‌ ସିକ୍ୟୁରିଟି ପକ୍ଷରୁ ଉଭୟଙ୍କୁ ନୋଟିସ୍‌‌ ପଠାଯାଇଥିବା ସୂଚନା ମିଳିଛି। ପୂର୍ବରୁ କାରଣ ଦର୍ଶାଅ ନୋଟିସ ପଠାଯାଇଥିଲେ ସୁଦ୍ଧା କୌଣସି ସନ୍ତୋଷଜନକ ଉତ୍ତର ନମିଳିବାରୁ ଜୋରିମାନା କରିଛି ଡିଜିସିଏ। ସେହିପରି ଘନ କୁହୁଡି ଓ ଲୋ-ଭିଜିବିଲିଟିରେ ବିମାନ ଉଡାଣର ତାଲିମ ପାଇନଥିବା ପାଇଲଟଙ୍କୁ ନିୟୋଜିତ କରାଯାଇଥିବାରୁ ଏୟାର ଇଣ୍ଡିଆ ଓ ସ୍ପାଇସଜେଟକୁ ମଧ୍ୟ ୩୦ଲକ୍ଷ ଟଙ୍କା ଲେଖାଏଁ ଜୋରିମାନା ହୋଇଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories