www.samajalive.in
Sunday, December 7, 2025
15.1 C
Bhubaneswar

କାର-ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ଵର ଜିଲା କମର୍ଦା ଥାନା ଅନ୍ତର୍ଗତ ଛଣପୋଖରୀ ପାଖରେ ଏକ କାର ଏବଂ ବାଇକ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଏବଂ ଆହତମାନେ ସମସ୍ତେ ପଶ୍ଚିମବଙ୍ଗ ରାଜ୍ୟର ବୋଲି ସୂଚନା ମିଳିଛି। ସୂଚନା ଅନୁସାରେ, ଏକ ବାଇକରେ ୩ ଜଣ ଯୁବକ ଯାଉଥିବାବେଳେ ଗୋଟିଏ କାର ସେମାନଙ୍କୁ ସାମ୍ନାପଟୁ ଧକ୍କା ଦେଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। କାର ଚାଳକ ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବା ସହିତ ତଦନ୍ତ ଜାରି ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories