www.samajalive.in
Sunday, December 7, 2025
14.1 C
Bhubaneswar

ବାଇକ୍ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ମେରାମା ଛକ ନିକଟ ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗାଁ ରାସ୍ତାରେ ବୁଧବାର ସନ୍ଧ୍ୟାରେ ଏକ ବାଇକ୍ ଦୁର୍ଘଟଣାରେ ଜଣେ ମୃତ ଓ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଗୁଡାରୀ ବ୍ଳକ କଦ୍ମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କେରାଲାଗୁଡ଼ି ଗ୍ରାମର ଆଦିକନ୍ଧ ମୁତାରାଙ୍ଗାଙ୍କ ସ୍ତ୍ରୀ ମୁତୁରିତାଇ ମୁତାରାଙ୍ଗା(୫୨)। ସେହିପରି ମିଙ୍ଗୁରି ମୁତାରାଙ୍ଗା ନାମକ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି।

ପ୍ରଥମେ ଦୁହିଁଙ୍କୁ ବ୍ରାହ୍ମଣୀଗାଁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମୁତୁରିତାଇ ମୁତାରାଙ୍ଗାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମିଙ୍ଗୁରି ମୁତାରାଙ୍ଗାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ମେଡିକାଲରେ ପହଞ୍ଚି ତଦନ୍ତ କରିଥିଲେ। ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଛେଦ କରାଇବା ସହ ଗୁରୁବାର ପରିବାରକୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories