www.samajalive.in
Saturday, December 13, 2025
21.1 C
Bhubaneswar

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ୧ ଗୁରୁତର

ନବରଙ୍ଗପୁର: ନବରଙ୍ଗପୁର ଜିଲା ସ୍ଥିତ ପାପଡ଼ାହାଣ୍ଡି ସହିଦ ମିନାର ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଏକ ବାଇକ୍‌ ଗୋଟିଏ ଟ୍ରକ ସହ ମୁହାଁ ମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ବାଇକ ଚାଳକ ମୃତ୍ୟୁ ଘଟିଛି। ଏହା ସହିତ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଡାକ୍ତର ଖାନାରେ ଭର୍ତ୍ତି ହୋଇଛନ୍ତି। ମୃତକ ଜଣକ ହେଲେ ନବରଙ୍ଗପୁର ଅନ୍ତର୍ଗତ ବଡ଼କୁମୁଲି ଗ୍ରାମର ଦୁର୍ଯ୍ୟୋଧନ ଗୌଡ଼ ଓ ଗୁରୁତର ଜଣକ ହେଲେ ପବିତ୍ର ଗଣ୍ଡା। ଉଭୟ ପାପଡାହାଣ୍ଡିରୁ ଘରକୁ ଫେରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ପାପଡ଼ାହାଣ୍ଡି ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories