www.samajalive.in
Sunday, December 7, 2025
26.1 C
Bhubaneswar

ବାରୁଦ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ୧୦ ମୃତ, ୬ ଆହତ

ନୂଆଦିଲ୍ଲୀ: ଛତିଶଗଡ ବେମେତରା ଜିଲ୍ଲାର ପିରଦା ଗାଁରେ ଏକ ବାରୁଦ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟିଛି। ଏଥିରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନେକ ଲୋକ ମାଟି ତଳେ ଦବି ରହିଥିବା ଆଶଙ୍କା କରାଯାଉଛି। ବିସ୍ଫୋରଣଟି ଏତେ ଭୟଙ୍କର ଥିଲା ଯେ, ଫ୍ୟାକ୍ଟ୍ରି ମଧ୍ୟରେ ୨୦ ଫୁଟରୁ ଅଧିକ ଗଭୀରର ଗର୍ତ୍ତ ସୃଷ୍ଟି ହୋଇଛି। ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ବିସ୍ଫୋରଣର କାରଣ ଜଣାପଡିନାହିଁ। ଖବର ପାଇ ଜିଲ୍ଲା ପ୍ରଶାସନର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories