www.samajalive.in
Saturday, December 6, 2025
19.1 C
Bhubaneswar

୨୪ ଘଣ୍ଟାରେ ୧.୬୮ ଲକ୍ଷ ସଂକ୍ରମିତ, ୯୦୪ ମୃତ

ନୂଆଦିଲ୍ଲୀ: କରୋନା ଭୂତାଣୁର ୨ୟ ତରଙ୍ଗ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୬୮ ହଜାର ୯୧୨ ନୂଆ ସଂକ୍ରମିତ ଚିହ୍ନଟ ହେବା ଚିନ୍ତାର ବିଷୟ ପାଲଟିଛି। ଏହାକୁ ମିଶାଇ ଦେଶରେ ଏବେ ମୋଟ ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭ରେ ପହଞ୍ଚିଛି।

ସେହିପରି ଦେଶରେ ଗୋଟିଏ ଦିନରେ ୯୦୪ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୦ ହଜାର ୧୭୯କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ୧୨ ଲକ୍ଷ ୧ ହଜାର ୯ ସକ୍ରିୟ ରୋଗୀ ରହିଥିବାବେଳେ ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

- Advertisement -

ଦେଶରେ କରୋନା ଟିକାକରଣ ଜାରି ରହିଥିଲେ ହେଁ  ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ଏହାକୁ ନେଇ କେନ୍ଦ୍ର ଏବଂ ବିଭିନ୍ନ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଛି। ଗତ ରବିବାର ୨୯ ଲକ୍ଷ ୩୩ ହଜାର ୪୧୮ ଜଣଙ୍କୁ ଟିକା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୧୦ କୋଟି ୪୫ ଲକ୍ଷ ୨୮ ହଜାର ୫୬୫ ଜଶଙ୍କୁ ଟିକାକରଣ କରାଯାଇଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories