www.samajalive.in
Sunday, December 7, 2025
15.1 C
Bhubaneswar

ଓଡ଼ିଶାରେ ପହଞ୍ଚିଲା ୧ ଲକ୍ଷ ଡୋଜ୍‌ ଟିକା

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଲା ୧ ଲକ୍ଷ ଡୋଜ୍‌ ଟିକା। ମଙ୍ଗଳବାର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରେ ଆସି ପହଞ୍ଚିଛି ୧ ଲକ୍ଷ ଡୋଜ୍‌ କୋଭିସିଲ୍ଡ ଟିକା। ଏହି ଟିକା ପହଞ୍ଚିବା ପରେ ରାଜ୍ୟରେ ଦେଖା ଦେଇଥିବା ଟିକାର ଅଭାବ ଦୂର ହୋଇପାରିବ।

ସୂଚନାଯୋଗ୍ୟ, ଗତ କିଛି ଦିନ ହେବ ରାଜ୍ୟରେ ଟିକାର ଅଭାବ ଦେଖା ଦେଇଥିଲା। ଏହି କାରଣରୁ କେତେକ ଜିଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟିକାର ଅଭାବ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଥିଲେ। ଏହାସହିତ ଖୋଲା ବଜାରରେ କରୋନା ଟିକା ଉପଲବ୍ଧ କରାଇବା ପାଇଁ ପତ୍ର ମାଧ୍ୟମରେ ଅନୁରୋଧ କରିଥିଲେ ଏବଂ କେନ୍ଦ୍ର ସରକାର ତାହାକୁ ଗ୍ରହଣ କରିଛନ୍ତି।

- Advertisement -

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଣମାଧ୍ୟମ ଆଗରେ କହିଥିଲେ ଯେ, ରାଜ୍ୟରେ କରୋନା ଟିକାର ଅଭାବ ରହିବନାହିଁ। ଇତି ମଧ୍ୟରେ କେନ୍ଦ୍ର ସରକାର ୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତଙ୍କୁ ଟିକା ପ୍ରଦାନ ପାଇଁ ଅନୁମତି ଦେଇ ସାରିଛନ୍ତିି। ଏହା ମେ ମାସ ୧ ତାରିଖରୁ କାର୍ଯ୍ୟକାରୀ ହେବ। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ଟିକାର ଚାହିଦାକୁ ଲକ୍ଷ୍ୟ କରି ନିୟମିତ ବ୍ୟବଧାନରେ ରାଜ୍ୟକୁ ଟିକା ପଠାଇବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories