www.samajalive.in
Saturday, December 6, 2025
15.1 C
Bhubaneswar

ଶୁକ୍ରବାର ରାଶିଫଳ (୧। ୫।୨୦୨୦ )

ମେଷ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷି କର୍ମକାରୀ ହେବେ। ବୁଦ୍ଧିମାନ୍‍ ହୋଇପାରନ୍ତି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ବୃଷ: ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତିର ସୂଚନା ମିଳୁଛି। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋଭାବର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଉପୁଜି ପାରେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର ଭକ୍ତି ମିଳିବ।

- Advertisement -

ମିଥୁନ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ସୁଖ ମିଳିବ। ମିତ୍ର ସୁଖ ଲାଭ କରିପାରନ୍ତି। ବ୍ୟବସାୟ ଅଧିକ ଲାଭଜନକ ହେବ। ସୁଖୀ ହେବେ।

କର୍କଟ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୁଯୋଗ ଜୁଟିଛି।

ସିଂହ: ଚଞ୍ଚଳ ସ୍ୱଭାବର ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ସାମୟିକ ଭାବେ ଭୋଗ କରିପାରନ୍ତି। ଅଧିକାଂଶ ସମୟ ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ଉଚ୍ଚ ପଦଧାରୀ ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

କନ୍ୟା: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳମନା ହେବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବାର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। ଗୃହ ଓ ଯାନବାହନ ସୁଖ ମିଳିବ।

ତୁଳା: କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।

ବିଛା: ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଦାମ୍ପତ୍ୟ ସୁଖ ମିଳିବ।

ଧନୁ: ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। କେତେକ କ୍ଷେତ୍ରରେ ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ।

ମକର: ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିବେ। ବ୍ୟବସାୟ ଲାଭଜନକ ହେବ। ସାମାଜିକ କ୍ଷେତ୍ରରେ ସେବା ମନୋଭାବାପନ୍ନ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି। ପତ୍ନୀଙ୍କ ଉପଦେଶ ଗ୍ରହଣୀୟ।

କୁମ୍ଭ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିକ୍ଷେତ୍ରରେ ସୁଚାରୁ ରୂପେ କାର୍ଯ୍ୟ ସଂପାଦନ କରି ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

ମୀନ: ଚଞ୍ଚଳମନା ସ୍ୱଭାବର ହେବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ତନ୍ତ୍ର, ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ ବ୍ୟବସାୟରୁ ପ୍ରଚୁର ଧନ ମିଳିିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories