www.samajalive.in
Saturday, December 6, 2025
19.1 C
Bhubaneswar

ରୋଗୀଙ୍କୁ ନେଇ ଯିବା ବାଟରେ ଚାଲିଗଲା ତିନି ଜୀବନ

ଆମେଥୀ : ଆମେଥୀରେ ପୂର୍ବାଞ୍ଚଳରେ ଆଜି ସକାଳ ସମୟରେ ଶୁକୁଲ ବଜାର ଅଞ୍ଚଳରେ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ପୂର୍ବାଞ୍ଚଳ ଏକ୍ସପ୍ରେସ ୱେରେ ଏହି ଦୁର୍ଘଟଣା ଘଟିଛି।
ସୂଚନା ଅନୁଯାୟୀ, ମଉ ଜିଲାର ଏକ ପରିବାର ରୋଗୀଙ୍କୁ ନେଇ ଏକ ସ୍କର୍ପିଓ ଯୋଗେ ଲଖନଉ ଯାଉଥିଲେ। ଶୁକୁଲବଜାର ଥାନା ଅନ୍ତର୍ଗତ ଆଶୀଷପୁର ନିକଟରେ ସ୍କ୍ରପିଓ ସହ ଟ୍ରକର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ସ୍କ୍ରପିଓରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣାଗ୍ରସ୍ତ ଗାଡିକୁ ରାସ୍ତାରୁ ହଟାଇବା ସହ ଆବଶ୍ୟକୀୟ ତଦନ୍ତ ଆରମ୍ଭ କରିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories