www.samajalive.in
Saturday, December 6, 2025
14.1 C
Bhubaneswar

ତାଲିବାନ ଆକ୍ରମଣରେ ୧୦ ପାକ୍‌ ପୁଲିସ ମୃତ

ଇସଲାମାବାଦ: ପାକିସ୍ତାନର ଖାଇବର ପଖତୁନଖୱା ପ୍ରଦେଶ ଅନ୍ତର୍ଗତ ଡେରା ଇସମାଇଲ୍ ଖାଁ ଜ‌ିଲ୍ଲାରେ ତାଲିବାନ ଆତଙ୍କବାଦୀଙ୍କ ଆକ୍ରମଣରେ ୧୦ ପୁଲିସ କର୍ମଚାରୀ ପ୍ରାଣ ହରାଇଛନ୍ତି। ଶୁକ୍ରବାର ସକାଳେ ଆତଙ୍କବାଦୀମାନେ ପୁଲିସ ସହାୟକ ବାହିନୀ ଫ୍ରଣ୍ଟିୟର କନଷ୍ଟେବୁଲାରିର ଏକ ଚେକ୍ ପୋଷ୍ଟ ଉପରେ ଆକ୍ରମଣ କରିଥିଲେ। ସୁରକ୍ଷାବାହିନୀ ଏହାର ପାଲଟା ଜବାବ ଦେଇଥିଲା। ଉଭୟ ପକ୍ଷଙ୍କ ମଧ୍ୟରେ ଦୀର୍ଘ ସମୟ ଗୁଳିବିନିମୟ ହୋଇଥିଲା। ଏଥିରେ ୧୦ଜଣ ସୁରକ୍ଷାକର୍ମୀ ପ୍ରାଣ ହରାଇଥିବାବେଳେ ୭ଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣ ପାଇଁ ତେହରିକ-ଇ-ତାଲିବାନ ପାକିସ୍ତାନ ନିଜକୁ ଦାୟୀ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories