www.samajalive.in
Sunday, December 7, 2025
15.1 C
Bhubaneswar

ଜୁନ୍‍ ଶେଷରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ – ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ମାଟ୍ରିକ ପରୀକ୍ଷା ଶେଷ ପରେ ସରିଛି ଖାତାଦେଖା। ଚଳିତ ଜୁନ୍‍ ମାସ ଶେଷ ସପ୍ତାପରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଖାତା ଦେଖା ଶେଷ ହେବା ପରେ ପରୀକ୍ଷାଫଳ ପ୍ରକାଶ ପାଇବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି।
ସୂଚନା ଯୋଗ୍ୟ, ଗତ ମେ ମାସ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଖାତାଦେଖା  ଆରମ୍ଭ ହୋଇଥିଲା। ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ଚାଲିଥିବା ବେଳେ ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଥିଲେ। ସେହିପରି ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ଜଣ ସ୍କ୍ରୁଟିନାଇଜରଙ୍କୁ ନିଯୁକ୍ତି ଦିଆଯାଇଥିଲା ।  ଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଖାତାଦେଖା ହୋଇଥିଲା। ଖାତାଦେଖା ପରେ ଅନଲାଇନରେ ମାର୍କ ଅପଲୋଡିଂ ହେବ। ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories