www.samajalive.in
Saturday, December 6, 2025
16.1 C
Bhubaneswar

ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର : ଆସନ୍ତା ୬ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ବୁଧବାର ଦିନ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଦିନ ଗୋଟାଏରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଚଳିତ ବର୍ଷ ୫ ଲକ୍ଷ ୨୮ ହଜାର ପିଲା ପରୀକ୍ଷା ଦେଇଛନ୍ତି। ସେହିପରି ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।
ସୂଚନା ଯୋଗ୍ୟ,ଜୁଲାଇ ମାସ ପ୍ରଥମ ସପ୍ତାହରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଜୁନ ୨୫ ତାରିଖରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଥିଲେ। ପରୀକ୍ଷାଫଳ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି ବୋଲି ମନ୍ତ୍ରୀ ସମୀର ଦାଶ କହିଥିଲେ।
ଚଳିତ ଜୁନ୍‍ ମାସ ଶେଷ ସପ୍ତାପରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ପ୍ରଥମେ ସୂଚନା ମିଳିଥିଲା। ଗତ ମେ ମାସ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଖାତାଦେଖା  ଆରମ୍ଭ ହୋଇଥିଲା। ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ଚାଲିଥିବା ବେଳେ ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଥିଲେ। ସେହିପରି ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ଜଣ ସ୍କ୍ରୁଟିନାଇଜରଙ୍କୁ ନିଯୁକ୍ତି ଦିଆଯାଇଥିଲା ।  ଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଖାତାଦେଖା ହୋଇଥିଲା।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories