www.samajalive.in
Monday, December 8, 2025
13.1 C
Bhubaneswar

ଦିନକରେ ୧୦୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକ ମଧ୍ୟରେ ୧୦୦ ଜଣ ନୂଆ ଓମିକନ ପ୍ରକରଣରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ମହାରାଷ୍ଟ୍ରରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ୮୮ରେ ପହଞ୍ଚିଛି । ଏଥିସହିତ ଦିଲ୍ଲୀରେ ୬୭, ତେଲେଙ୍ଗାନା ୩୮, ତାମିଲନାଡୁ ୩୪, କର୍ଣ୍ଣାଟକ ୩୧ ଓ ଗୁଜରାଟରେ ଏହି ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧିପାଇଛି । ଦିନକ ମଧ୍ୟରେ ଏତେସଂଖ୍ୟାରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ଏହା ପ୍ରଥମ । ଏହାକୁ ନେଇ ଦେଶର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଚିନ୍ତା ପ୍ରକଟ କରିଛି । କେରଳରେ ସଂପ୍ରତି ସର୍ବାଧିକ ୨୭୨୮୩ ଜଣ ସକ୍ରିୟ କରୋନା ରୋଗୀ ରହିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାଯାଇଛି । ଗୁରୁବାର ଗୋଟିଏ ଦିନରେ ଏହି ରାଜ୍ୟରୁ ୧୨୩୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି କେରଳରେ ଏପର୍ଯ୍ୟନ୍ତ ଦ୍ୱିତୀୟ ସର୍ବାଧିକ ୪୫୮୬୧ ଜଣଙ୍କର ପ୍ରାଣହାନି ଘଟିଛି । ମହାରାଷ୍ଟ୍ରରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୧୩୯୨କୁ ବୃଦ୍ଧିପାଇଛି, ଯାହା ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ମଧ୍ୟରେ ସର୍ବାଧିକ ।

Hot this week

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

Related Articles

Popular Categories