www.samajalive.in
Tuesday, December 9, 2025
15.1 C
Bhubaneswar

ଭୁବନେଶ୍ବରରେ ୧୦୦% ଟିକାକରଣ: ବିଏମସି

ଭୁବନେଶ୍ୱର: ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି। ଜୁଲାଇ ଶେଷ ସୁଦ୍ଧା ଏହି ଟାର୍ଗେଟ ପୂରଣ ହୋଇଛି ବୋଲି ଶନିବାର ସୂଚନା ଦେଇଛନ୍ତି ଭୁବନେଶ୍ବର ମହାନଗର ନିଗମ ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ।

ତାଙ୍କ ସୂଚନା ମୁତାବକ, ବିଭିନ୍ନ ବର୍ଗରେ ମୋଟ ୯ ଲକ୍ଷ ୭ ହଜାର ଲୋକଙ୍କୁ ଦୁଇ ପାନ ହିସାବରେ ୧୮ ଲକ୍ଷ ୧୪ ହଜାର ପାନ ଟିକା ଦେବାକୁ ଲକ୍ଷ୍ୟ ରହିଥିଲା। ଗତକାଲି ସୁଦ୍ଧା ୧୮ ଲକ୍ଷ ୩୫ ହଜାର ୯୦୩ ପାନ ଟିକା ଦିଆଯାଇଛି। ସେଥିମଧ୍ୟରୁ ୧୦ ଲକ୍ଷ ୫୯ ହଜାର ୭୫୩ ଜଣ ପ୍ରଥମ ପାନ ନେଇଛନ୍ତି। ୭ ଲକ୍ଷ ୭୬ ହଜାର ୧୫୦ ଜଣ ଦୁଇ ପାନ ଯାକ ଟିକା ନେଇ ସାରିଛନ୍ତି।

- Advertisement -

ଭୁବନେଶ୍ୱରରେ କେବଳ କୋଭାକ୍ସିନ ଟିକା ଦିଆଯାଉଛି ଏବଂ ବର୍ତ୍ତମାନ ଏଠାରେ ଟିକାର କୌଣସି ଅଭାବ ନାହିଁ। ସମସ୍ତ କେନ୍ଦ୍ରରେ ଲୋକଙ୍କୁ ଟିକା ଦିଆଯାଉଛି। ରାଜଧାନୀବାସିନ୍ଦାଙ୍କୁ ପ୍ରାଥମିକତା ଭିତ୍ତିରେ ଟିକାକରଣ କରାଯାଉଥିବା ବେଳେ ବାହାର ଲୋକଙ୍କୁ ମଧ୍ୟ ଟିକା ଦିଆଯାଉଛି ବୋଲି କହିଛନ୍ତି ଲକ୍ଷ୍ମୀକାନ୍ତ ସେଠୀ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories