୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ପାଇଁ ଭୂମିପୂଜନ

ଲାଞ୍ଜିଗଡ଼: ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବୁଧବାର ପ୍ରଧାନମନ୍ତ୍ରୀ ଜନମନ ଯୋଜନାରେ ୧୦୦ଶଯ୍ୟା ବିଶିଷ୍ଟ ଛାତ୍ରାବାସ ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସି ମାଧ୍ୟମରେ ବିଭିନ୍ନ ରାଜ୍ୟରେ କାର୍ଯ୍ୟକ୍ରମ ମାନ ଉଦଘାଟନ କରିଥିବା ବେଳେ ତ୍ରିଲୋଚନପୁର ଠାରେ ମଧ୍ୟ ଛାତ୍ରାବାସର ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଥୁଆମୂଲ ରାମପୁର ପିଏଆଇଟିଡିଏ ରାମକୃଷ୍ଣ ଗଣ୍ଡ, ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଏଡିଇଓ ପବିତ୍ର ମୋହନ ସାହୁଙ୍କ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମରେ ତ୍ରିଲୋଚନପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତପନ ମାଝୀ, ଲାଞ୍ଜିଗଡ଼ ସିଆରସିସି ଜଳନ୍ଧର ମାଝୀ, ପୂର୍ବତନ ସିଆରସିସି ଏମ ଏସ ଶେଖର ସମେତ ବିଦ୍ୟାଳୟର ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ସହଯୋଗ କରିଥିଲେ।

Comments are closed.