www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟ ସରକାରଙ୍କ ଘୋଷଣା: ୨୦୧୯-୨୦ ଶିକ୍ଷାବର୍ଷରେ ନାମଲେଖାଇଥିବା ସମସ୍ତ ନବମ ଶ୍ରେଣୀ ଛାତ୍ରଛାତ୍ରୀ ଦେଇପାରିବେ ମେ’ ୨୦୨୧ ମାଟ୍ରିକ୍‍ ପରୀକ୍ଷା

ଭୁବନେଶ୍ୱର: ୨୦୧୯-୨୦ ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢୁଥିବା ସବୁ ଛାତ୍ରଛାତ୍ରୀ ୨୦୨୧ ମେ’ ମାସରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ସାର୍ଟିଫିକେଟ୍‍ ପରୀକ୍ଷା(ମାଟ୍ରିକ୍‍) ଦେଇପାରିବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହା ସବୁ ଓଡ଼ିଆ ମାଧ୍ୟମ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଯୁଜ୍ୟ ହେବ ବୋଲି ନିର୍ଦେଶ ଜାରି କରାଯାଇଛି।

Image courtesy: Odisha sun times

ସୂଚନା ଯୋଗ୍ୟ ଯେ କୋଭିଡ୍‍ ଯୋଗୁଁ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ମାର୍ଚ୍ଚ ମାସ ୨୦୨୦ରୁ ବନ୍ଦ ରହିଥିଲା। ତେଣୁ ନବମ ଶ୍ରେଣୀର ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହୋଇପାରିନଥିଲା। ପରବର୍ତ୍ତି ସମୟରେ ୨୦୨୧ ଜାନୁଆରୀରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲାଗି କୋଭିଡ୍‍ ନିୟମାବଳୀ ପାଳନ କରି ସ୍କୁଲ ଖୋଲାଯାଇଛି। ତଥାପି ପିଲାମାନଙ୍କର ମାନସିକ ଚାପକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ତଥାପି ଛାତ୍ରଛାତ୍ରୀମାନଙ୍କର ମାନସିକ ଚାପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ଭିତ୍ତିକରି ସେମାନଙ୍କ ‘ଡାଉଟ୍‍ କ୍ଲିଅର’ ପାଇଁ ସ୍ୱତନ୍ତ୍ର କ୍ଲାସ ମଧ୍ୟ ବିଦ୍ୟାଳୟ ସ୍ତରରେ କରାଯିବ।

- Advertisement -


ସେହିପରି ୨୦୧୯-୨୦ ଶିକ୍ଷା ବର୍ଷରେ ରାଜ୍ୟରେ ଏକାଦଶ ତଥା ଯୁକ୍ତ ଦୁଇ ପ୍ରଥମ ବର୍ଷରେ ପଢୁଥିବା ସବୁ ଛାତ୍ରଛାତ୍ରୀ ମଧ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମେ’ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱାଦଶ ଶ୍ରେଣୀ ତଥା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଦେଇପାରିବେ ବୋଲି ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରେସ୍‍ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories