ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଲେ ଛାତ୍ରଛାତ୍ରୀ
ଭୁବନେଶ୍ୱର: ସରିଲା ପ୍ରଥମ ଦିନରେ ମାଟ୍ରିକ ପରୀକ୍ଷା। ଛାତ୍ରଛାତ୍ରୀମାନେ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି। ମଙ୍ଗଳବାର ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢେ ୧୧ଟା ବେଳେ ଶେଷ ହୋଇଥିଲା। ନିୟମ ଅନୁସାରେ ପରୀକ୍ଷା ଆରମ୍ଭ ହେବାର ଦେଢ ଘଣ୍ଟା ପୂର୍ବରୁ ହଲକୁ ପ୍ରବେଶ କରିଥିଲେ ଛାତ୍ରଛାତ୍ରୀ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୫ଲକ୍ଷ ୫୧ହଜାର ୬୨୧ ଛାତ୍ରଛାତ୍ରୀ। ବୋର୍ଡ ପକ୍ଷରୁ ୩ହଜାର ୪୭ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଂଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ ସେଣ୍ଟର କରାଯାଇଛି। କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପ୍ରବେଶ କରିଥିଲେ ପରୀକ୍ଷାର୍ଥୀ।
Comments are closed.