ଭୁବନେଶ୍ୱର : ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୪ରେ ଶେଷ ହେବ। ମାଟ୍ରିକ ପରୀକ୍ଷା ସୂଚୀ ନେଇ ବୁଧବାର ବୋର୍ଡ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଯୋଗେ ସୂଚନା ମିଳିଛି। ୨୦ ତାରିଖରେ ଓଡିଆ, ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ, ୪ରେ ସାମାଜିକ ବିଜ୍ଞାନ ରହିଛି। ୨୯୯୧ କେନ୍ଦ୍ରରେ ୫ଲକ୍ଷ ୫୧ ହଜାର ୬୧୧ ପିଲା ପରୀକ୍ଷା ଦେବେ। ମାର୍ଚ୍ଚ ୧୫ରୁ ମାଟ୍ରିକ ଖାତା ଦେଖା ଆରମ୍ଭ ହେବ ବୋଲି ବୋର୍ଡ ସଭାପତିଙ୍କ ପକ୍ଷରୁ ସୂଚନା ମିଳିଛି।
Popular Categories



