www.samajalive.in
Monday, December 8, 2025
13.1 C
Bhubaneswar

ଘୁଞ୍ଚିଲା ମାଟ୍ରିକ ମୂଲ୍ୟାୟନ: ୨୦ ନୁହେଁ ୨୧ରୁ ହେବ ଖାତା ଦେଖା

ଭୁବନେଶ୍ଵର : ଘୁଞ୍ଚିଲା ମାଟ୍ରିକ ମୂଲ୍ୟାୟନ ତାରିଖ । ମେ ୨୦ ନୁହେଁ ମେ ୨୧ତାରିଖରୁ ହେବ ମୂଲ୍ୟାୟନ। ଆଜି ଲୋକ ସେବା ଭବନରେ ସକାଳ ୧୧ ଟା ୩୦ରେ ବିଭାଗୀୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏସଂପର୍କରେ ବୈଠକ ବସି ଚୁଡାନ୍ତ ନିଷ୍ପତ୍ତି ହୋଇଛି। ବାତ୍ୟା ଅମ୍ପନ୍ ପାଇଁ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବାକୁଥିବା ମାଟ୍ରିକ ଖାତା ମୂଲ୍ୟାୟନ ଘୁଞ୍ଚାଯାଇଛି। ଓଡିଶାର ୬୦ଟି କେନ୍ଦ୍ରରେ ମୂଲ୍ୟାୟନ ହେବ । ମୂଲ୍ୟାୟନ କେନ୍ଦ୍ରର ୧୦କିମି ପରିଧି ଭିତରେ ଥିବା ଶିକ୍ଷକ ଖାତା ଦେଖିବେ । ଆସନ୍ତା ୨୦ତାରିଖରେ ମୂଲ୍ୟାୟନ ହେବାର ଥିଲା ତେବେ ସମ୍ଭାବ୍ୟ ବାତ୍ୟାକୁ ଆଖିରେ ରଖି ମୂଲ୍ୟାୟନ ତାରିଖ ଗୋଟିଏ ଦିନ ଘୁଞ୍ଚାଇ ଦିଆଯାଇଛି ।ଏକକାଳୀନ ସମସ୍ତ ୬ଟି ଯାକ ବିଷୟର ମୂଲ୍ୟାୟନ ନକରି ୩ଟି ଲେଖାଏଁ ବିଷୟର ମୂଲ୍ୟାୟନ ପର୍ଯ୍ୟାୟକ୍ରମେ କରାଯିବାକୁ ଧାର୍ଯ୍ୟ ହୋଇଛି। ଯାହାଦ୍ବାରା ସାମାଜିକ ଦୂରତା ରକ୍ଷା କରାଯାଇ ପାରିବ। ବୋର୍ଡ଼ ବୈଠକରେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ଏନେଇ ଅବଗତ କରାଯାଇଛି ।

ସେହିପରି ଯୁକ୍ତ ୨ରେ ବାକି ଥିବା ବିଷୟର ପରୀକ୍ଷା ଜୁଲାଇ ୧ରୁ ୧୫ ତାରିଖ ଭିତରେ ହେବ । କଳା, ବିଜ୍ଞାନ ଏବଂ ବାଣିଜ୍ୟରେ ୨୩ ବିଷୟ ବାକି ରହିଛି । ପରୀକ୍ଷା ସରିଥିବା ଖାତାର ମୂଲ୍ୟାୟନ ଜୁନ୧ ତାରିଖରୁ ଆରମ୍ଭ ହେବ ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories