ଭୁବନେଶ୍ୱର : ଆଜି ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଁ ପ୍ରକ୍ରିୟା ଆରମ୍ଭ ହେବା ନେଇ ଖବର ମିଳିଛି। ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ କର୍ତ୍ତୃପକ୍ଷ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସବୁ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ପିଲାଙ୍କ ବିବରଣୀ ଡିଇଓ ମାଗିଛନ୍ତି। ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ଫର୍ମାଟରେ ବିବରଣୀ ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ଫର୍ମାଟରେ ବିଦ୍ୟାଳୟର ନାମ, ନମ୍ବର ଓ ରୋଲ ନମ୍ବର ଆଦି ରହିବ। ଦଶମ ଟେଷ୍ଟ ଓ ନବମ ବାର୍ଷିକ ପରୀକ୍ଷାର ନମ୍ବର ମଧ୍ୟ ମଗାଯାଇଛି। ଭଭୟ ପରୀକ୍ଷାରେ ପିଲା ରଖିଥିବା ନମ୍ବର ଦାଖଲ କରିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ହାଇସ୍କୁଲର ପ୍ରଧାନଶିକ୍ଷକଙ୍କୁ ନିର୍ଦ୍ଦେଶ ଦେବାକୁ ଡିଇଓଙ୍କୁ ଚିଠି ଲେଖାଯାଇଛି। ଆଜି ସୁଦ୍ଧା ନିକଟସ୍ଥ ପରୀକ୍ଷାକେନ୍ଦ୍ରରେ ଫର୍ମାଟ ଦାଖଲ ପାଇଁ ନିର୍ଦ୍ଦେଶ ଜାରି ହୋଇଛି।
ଅନ୍ୟପକ୍ଷରେ ଦଶମ ଫଳ ପ୍ରକାଶନ ନେଇ ବୋର୍ଡର ପ୍ରକ୍ରିୟାକୁ ଓଷ୍ଟା ବିରୋଧ କରିଛି। ଓଷ୍ଟାର ସମ୍ପାଦକ ପ୍ରକାଶ ମହାନ୍ତି ଏହାକୁ ବିରୋଧ କରିଛନ୍ତି। ଗୋଟିଏ ଦିନରେ ଫର୍ମାଟ କିଭଳି ସମ୍ଭବ ବୋଲି ସେ ପ୍ରଶ୍ନ କରିଛନ୍ତି।
ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଁ ପ୍ରକ୍ରିୟା ଆରମ୍ଭ
Popular Categories



