୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଗୁରୁତର
ଚିକିଟି : ଗଂଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ଚାନ୍ଦପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ମହଲା କୋଠା ଉପରକୁ ଯାଇଥିବା ଜଣେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ସେ ହେଉଛନ୍ତି 3୫ ବର୍ଷୀୟ ପୂର୍ଣ୍ଣଚନ୍ଦ୍ର ସାହୁ। ତାଙ୍କର ବାମପାଖ ଛାତି ପାର୍ଶ୍ୱ ପୋଡି ଯାଇଛି। ତାଙ୍କୁ ନୂଆପଡା ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
Comments are closed.