www.samajalive.in
Saturday, December 6, 2025
26.1 C
Bhubaneswar

୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ଦ୍ୱାରଶୁଣି: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଏପରି ଏକ ଅଭାବନୀୟ ଘଟଣା ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ରସମତଳା ଗ୍ରାମରେ ଘଟିଛି । ମୃତ ଯୁବକ ଜଣକ ହେଲେ ସେହି ଗ୍ରାମର ଶମ୍ଭୁ ନାଏକ । ସୂଚନା ଅନୁସାରେ ଉକ୍ତ ଗ୍ରାମରେ ବାର୍ଷିକ କ୍ରୀଡା ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଜଣେ ଲୋକ ପାଖରେ ଟେଣ୍ଟ କାମ କରୁଥିବା ଶମ୍ଭୁ ବିଦ୍ୟୁତ୍ ଖୁଣ୍ଟରୁ ବିଦ୍ୟୁତ୍ ସଂଯୋଗ କରୁଥିଲା । ତେବେ ଅସାବଧାନତା ଯୋଗୁଁ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଝଟକା ଲାଗି ତଳେ ପଡ଼ି ଯାଇଥିଲେ । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ଘଟିଥିଲା । ତାଙ୍କ ହାତ ଓ ମୁଣ୍ଡ ବିଦ୍ୟୁତ୍ ଆଘାତରେ ଜଳି ଯାଇଥିଲା । ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା । ମୃତକଙ୍କ ପରିବାର ଅତି ଗରିବ ଶ୍ରେଣୀର ହୋଇ ଥିବାରୁ କ୍ଷତିପୂରଣ ଯୋଗାଇ ଦେବା ପାଇଁ ଗ୍ରାମବାସୀମାନେ ଦାବି କରିଛନ୍ତି । ଏନେଇ କରଞ୍ଜିଆ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବା ସହିତ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ଡ଼ାକ୍ତରଖାନାକୁ ପଠାଇଛି ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories