www.samajalive.in
Wednesday, November 12, 2025
19.1 C
Bhubaneswar

କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମୋହର

ସମାଜ ଡିଜିଟାଲ ଡେସ୍କ: କ୍ୟାବିନେଟ ବୈଠକରେ ୧୧ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଅନ୍ତୋଦୟ ଗୃହ ଯୋଜନାରେ ମୋହର ମରାଯାଇଛି। ଏହି ଯୋଜନାରେ ସରକାର ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଯୋଗାଇଦେବେ। ହିତାଧିକାରୀଙ୍କୁ ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ। କୌଣସି ହିତାଧିକାରୀ ୪ ମାସରେ ଘର ସାରିଲେ ୨୦ ହଜାର ବୋନସ ଦେବେ ସରକାର। ସେହିପରି ୬ ମାସରେ ସାରିଲେ ୧୦ ହଜାର ଟଙ୍କା ବୋନସ ମିଳିବ। ସରକାର ଏହି ଯୋଜନାରେ ୭୫୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ଏହାବ୍ୟତୀତ ରାଜ୍ୟର ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ କରାଯିବା ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ୫ ବର୍ଷ ମଧ୍ୟରେ ୪୧୨୪ କୋଟି ବ୍ୟୟରେ ଷ୍ଟାଡିୟମ ନିର୍ମାଣ କରାଯିବ ବୋଲି ସୂଚନା ମିଳିଛି। ସେହିପରି ରାଜ୍ୟରେ ଏକୀକୃତ ପେନସନ ଯୋଜନା ଲାଗୁ ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି।

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories