ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମିଳିବ ୫ ଲକ୍ଷ ଲେଖାଏଁ ମୂଳଧନ

ଭୁବନେଶ୍ୱର : ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି ଏବଂ ବୃହତ୍ ଆଦିବାସୀ ବହୁମୁଖୀ ସମବାୟ ସମିତି ଗଠନ କରାଯାଇଛି। ଏହା ମଧ୍ୟରେ ୧୫୪୨ଟି ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି। ନବଗଠିତ ସଂସ୍ଥାଗୁଡ଼ିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ବା ସିଡ୍ ମନି ଦିଆଯିବ। ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରି ପ୍ରଦାନ କରିଛନ୍ତି। ଏହାଦ୍ୱାରା ନବଗଠିତ ୧୫୪୨ଟି ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ ୭୬.୮୦ କୋଟି ଟଙ୍କା ପ୍ରଦାନ କରାଯିବ। ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ଼ ହେବା ସହିତ ଚାଷୀମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

Comments are closed.