www.samajalive.in
Monday, December 8, 2025
14.1 C
Bhubaneswar

ଗୁରୁବାର ରାଶିଫଳ ( ୧୧। ୬। ୨୦୨୦)

ମେଷ: ଆନନ୍ଦଦାୟକ ଖବର ମିଳିପାରେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତକର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ। ଶାନ୍ତି ମିଳିବ।

ବୃଷ: ଅଟକି ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତିର ସୁଯୋଗ ଅଛି। ସୁସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ବିବାଦରେ ବିଜୟୀ ହେବେ।

- Advertisement -

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ଅଧିକ କ୍ଷମତା ପାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ ଭାବନାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ: ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ଜନମାନସରେ ଶ୍ରେଷ୍ଠ ବିବେଚିତ ହେବେ। ସନ୍ମାର୍ଗୀ ଓ ପ୍ରଭାବଶାଳୀ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସାବଧାନତାର ସହ ଚଳିବେ।

ସିଂହ: ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ କରଣୀୟ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ।

କନ୍ୟା: ଆନନ୍ଦ ଉତ୍ସବରେ ଥିବାବେଳେ ଶତ୍ରୁ ଚିନ୍ତା ଆପଣଙ୍କୁ ବିବ୍ରତ କରିପାରେ। ମାନସିକ ଶାନ୍ତି ଫେରି ପାଇବେ। ଦିନଟି ଶୁଭଙ୍କର ହେବ। ସୁସମ୍ବାଦ ପାଇ ଖୁସି ହେବେ। ଋଣପରିଶୋଧ କରିବେ।

ତୁଳା: ପଢ଼ାପଢ଼ିର ଶୁଭଫଳ ପାଇ ଗର୍ବିତ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ଅଧିକ ଅର୍ଥ ପାଇ ଅପାର ଆନନ୍ଦ ଲାଭ କରିବେ। ଶୁଭ ଖବର ପାଇବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

ବିଛା: କାର୍ଯ୍ୟରେ ସଫଳତା ଲାଭରେ ସକ୍ଷମ ହେବେ। ଚିନ୍ତା ଦୂର ହେବ। ପରିଶ୍ରମ ଯେତେ ଅଧିକ ହେଉ ନା କାହିଁକି; ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ। ଯାନବାହନ ସୁଖ ମିଳିବ। ଗୃହ ପରିବେଶ ଠିକ୍‌ ରହିବ।

ଧନୁ: ଆର୍ଥିକ ସ୍ଥିିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନର ସୁଯୋଗ ଅଛି। ଅଶାନ୍ତି ଦୂର ହୋଇପାରେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ସରକାରୀ ସ୍ତରରୁ ଲାଭ ଉଠାଇବେ।

ମକର: ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ହଠାତ୍‌ ସମସ୍ୟା ଦେଖା ଦେଇପାରେ। ସ୍ବାସ୍ଥ୍ୟ ହାନିର ଆଶଙ୍କା ଅଛି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଗୁଣବାନ୍‌ ହେବେ। ଧନାଢ଼୍ୟ ବ୍ୟକ୍ତି ଭାବେ ପରିଗଣିତ ହେବେ।

କୁମ୍ଭ: ଆଶାବାଦୀ ହେବେ। ରୋଜଗାରକ୍ଷମ ହୋଇପାରନ୍ତି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ଜୁଟିପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ।

ମୀନ: ଜଟିଳ କାର୍ଯ୍ୟରେ ସଫଳତା ମିଳିବ; ମାତ୍ର ଏଥିପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜି ପାରନ୍ତି। ମଧୁରଭାଷାରେ ପରକୁ ଆପଣାର କରିପାରନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories