www.samajalive.in
Sunday, December 14, 2025
18.1 C
Bhubaneswar

କଣ୍ଟାବାଞ୍ଜିକୁ ରାଜସ୍ୱ ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ

କଣ୍ଟାବାଞ୍ଜି, : କଣ୍ଟାବାଞ୍ଜିକୁ ରାଜସ୍ୱ ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଏହା ପୂର୍ବରୁ ଗତ ୫ ତାରିଖ ରେ କଣ୍ଟାବାଞ୍ଜି ବନ୍ଦ ଡାକରାରେ ଜନସାଧାରଣ ଙ୍କ ତରଫରୁ ପୁର୍ଣ ସମର୍ଥନ ମିଳିଥିବା ଦେଖା ଯାଇଥିଲା । ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ୱନ କ୍ରମେ ଏହି ବନ୍ଦ ଡାକରା ଦିଆଯାଇଥିଲା ।ସ୍ଥାନୀୟ ଇନ୍ଦିରାଛକ ଠାରେ ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଦାବି ପୂରଣ ନହେଲେ ଭୋଟ୍‌ ବର୍ଜନ ସହ ବିଧାନସଭା ଘେରାଓ କରିବେ ବୋଲି ସଂଘର୍ଷ ସମିତି ପକ୍ଷରୁ ଚେତାବନୀ ଦିଆଯାଇଛି ।

ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ, ସରକାରୀ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଥିଲା । ସ୍ଥାନୀୟ ଇନ୍ଦିରା ଛକ, ବଙ୍ଗୋମୁଣ୍ଡାରାସ୍ତା ମାଛ ବଜାର ନିକଟରେ ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତାମାନେ ୪୨ ନମ୍ବର ରାଜପଥ ଅବରୋଧ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories