www.samajalive.in
Monday, December 8, 2025
13.1 C
Bhubaneswar

୧୨ ଘଣ୍ଟିଆ ଭାରତ ବନ୍ଦ; ଭୁବନେଶ୍ୱର ରେଳଷ୍ଟେସନରେ ରେଳ ରୋକ

ସମାଜ ଡିଜିଟାଲ ଡେସ୍କ: ସଂରକ୍ଷଣ ବଞ୍ଚାଅ କମିଟି ପକ୍ଷରୁ ଆଜି ୧୨ଘଣ୍ଟିଆ ଭାରତ ବନ୍ଦ ପାଳନ କରାଯାଉଛି। ବନ୍ଦ ଡାକରାରେ ବିଶେଷ କରି ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ରାସ୍ତାଘାଟରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ପିକେଟିଂ ଯୋଗାୁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇପାରେ। ତେବେ ଏହି ବନ୍ଦ ସମୟରେ ହସ୍ପିଟାଲ, ଆମ୍ବୁଲାନ୍ସ ସେବା, ସରକାରୀ ସେବା ଗୁଡିକ ଜାରି ରହିବ। ସରକାରୀ ସହ ଘରୋଇ ସଂସ୍ଥା, ବ୍ୟା. ସ୍କୁଲ, କଲେଜ, ପେଟ୍ରୋଲ ପମ୍ପ ଖୋଲା ରହିବ। ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ବିଭିନ୍ନ ଦଳିତ ଓ ଆଦିବାସୀ ସଂଗଠନ ବନ୍ଦ ପାଳନ କରୁଛନ୍ତି। ବିଭିନ୍ନ ରାଜ୍ୟରେ ସକାଳୁ ସକାଳୁ ପିକେଟିଂ ଓ ରାସ୍ତା ଅବରୋଧ କରାଯାଇଛି। ରାଜଧାନୀ ଭୁବନେଶ୍ୱର ରେଳ ଷ୍ଟେସନରେ ରେଳରୋକ କରିଛନ୍ତି ବିକ୍ଷୋଭକାରୀ। ବିଶାଖା ଏକ୍ସପ୍ରେସକୁ ରେଳଷ୍ଟେସନରେ ଅଟକାଇଛନ୍ତି ବିକ୍ଷୋଭକାରୀ।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories