www.samajalive.in
Monday, December 8, 2025
14.1 C
Bhubaneswar

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ: ୨ ଯବାନ ଶହୀଦ, ୧୨ ମାଓବାଦୀ ନିପାତ

ଛତିଶଗଡ଼଼/ମାଲକାନଗିରି: ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୧୨ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ଆହୁରି ଅଧିକ ମାଓବାଦୀ ଲୁଚି ରହିଥିବା ସନ୍ଦେହ କରି ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଜାରି ରଖିଛି।

ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳିବିନିମୟରେ ୨ ଜଣ ଯବାନ ସହୀଦ ହୋଇଥିବା ଖବର ମିଳିଛି। ଏହାସହିତ ମାଓବାଦୀଙ୍କ ଗୁଳିରେ ୨ ଜଣ ଯବାନ ଗୁରୁତର ହୋଇଛନ୍ତି। ଗୁରୁତର ଯବାନଙ୍କୁ ତୁରନ୍ତ ମେଡ଼ିକାଲ ନେବା ଲାଗି ଜଗଦଲପୁର ଅଞ୍ଚଳରୁ ଏମଆଇ ହେଲିକେପ୍ଟରକୁ ପଠା ଯାଇଥିବା ନେଇ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି ।  ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୨ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏବେବି ଜଙ୍ଗଲ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ  ଅଧିକ ସଂଖ୍ୟକ ମାଓବାଦୀ ଲୁଚିଥିବା ସନ୍ଦେହରେ ଏସଟିଏଫ ଏବଂ ଡିଆରଜି ଯବାନ ସର୍ଚ୍ଚ ଅପରେସନ ଚଳାଇଥିବା ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories