www.samajalive.in
Wednesday, December 10, 2025
18.1 C
Bhubaneswar

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ: ୨ ଯବାନ ଶହୀଦ, ୧୨ ମାଓବାଦୀ ନିପାତ

ଛତିଶଗଡ଼଼/ମାଲକାନଗିରି: ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୧୨ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ଆହୁରି ଅଧିକ ମାଓବାଦୀ ଲୁଚି ରହିଥିବା ସନ୍ଦେହ କରି ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଜାରି ରଖିଛି।

ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳିବିନିମୟରେ ୨ ଜଣ ଯବାନ ସହୀଦ ହୋଇଥିବା ଖବର ମିଳିଛି। ଏହାସହିତ ମାଓବାଦୀଙ୍କ ଗୁଳିରେ ୨ ଜଣ ଯବାନ ଗୁରୁତର ହୋଇଛନ୍ତି। ଗୁରୁତର ଯବାନଙ୍କୁ ତୁରନ୍ତ ମେଡ଼ିକାଲ ନେବା ଲାଗି ଜଗଦଲପୁର ଅଞ୍ଚଳରୁ ଏମଆଇ ହେଲିକେପ୍ଟରକୁ ପଠା ଯାଇଥିବା ନେଇ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି ।  ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୨ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏବେବି ଜଙ୍ଗଲ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ  ଅଧିକ ସଂଖ୍ୟକ ମାଓବାଦୀ ଲୁଚିଥିବା ସନ୍ଦେହରେ ଏସଟିଏଫ ଏବଂ ଡିଆରଜି ଯବାନ ସର୍ଚ୍ଚ ଅପରେସନ ଚଳାଇଥିବା ସୂଚନା ମିଳିଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories