www.samajalive.in
Tuesday, December 9, 2025
23.1 C
Bhubaneswar

ରାଜଧାନୀରେ ବେକାବୁ ହେଉଛି କରୋନା, ଆଜି ରେକର୍ଡ ସଂଖ୍ୟକ ୧୨୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର : ରାଜଧାନୀ ଭୁବନେଶ୍ଵରରେ ବେକାବୁ ହେଉଛି କରୋନା ସଂକ୍ରମଣ। ପ୍ରତିଦିନ ହୁ ହୁ ହୋଇ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜଧାନୀ ଭୁବନେଶ୍ଵରରୁ ରେକର୍ଡ ସଂଖ୍ୟକ ୧୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ରାଜଧାନୀରେ ବର୍ତ୍ତମାନ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଦୈନିକ ସଂକ୍ରମିତଙ୍କ ମଧ୍ୟରେ ସର୍ବାଧିକ। ଆଜି ଚିହ୍ନଟ ୧୨୪ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ଵରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩ରେ ପହଞ୍ଚିଛି। ଏନେଇ ବିଏମସି ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।


ଆଜି ଭୁବନେଶ୍ଵରରୁ ଚିହ୍ନଟ ୧୨୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୫୨ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତିି।  ଚିହ୍ନଟ ହୋଇଥିବା ସ୍ଥାନୀୟ ଆକ୍ରାନ୍ତଙ୍କ ମାନଙ୍କ ମଧ୍ୟରେ ଲକ୍ଷ୍ମୀ ବିହାର ବସ୍ତି, ଚିନ୍ତାମଣିଶ୍ୱର, ବମିଖାଲ,ସାଲିଆ ସାହି, ଡୁମଡୁମା, ସହିଦ ନଗର, ଗଙ୍ଗନଗର, ନୟାପଲ୍ଲୀ, ଚକେଇସିଆଣୀ, ପଳାଶୁଣୀ, ପାତ୍ରପଡା,ବୁଦ୍ଧେଶ୍ୱରୀ କଲୋନୀ, ପଟିଆ, ବିଜେବି ନଗର, ଡେଲ୍ଟା କଲୋନୀ, ସିରିପୁର, କୋଳଥିଆ ଅଞ୍ଚଳର ଲୋକ ରହିଥିବା ବିଏମସି ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ଵରରୁ ୧ ହଜାର ୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୧୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ୫୭୪ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories