www.samajalive.in
Tuesday, December 9, 2025
16.1 C
Bhubaneswar

ଭୁବନେଶ୍ୱରରେ ବର୍ଷିଲା ୧୨୪ ମିମି : ବର୍ଷା ଆଉ ୨୪ ଘଣ୍ଟା

ଭୁବନେଶ୍ୱର : ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବା ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଭୁବନେଶ୍ୱରରେ ସର୍ବାଧିକ ୧୨୪ମିମି ବର୍ଷା ରେକର୍ଡ଼ କରାଯାଇଛି। ସେହିପରି ସୋନପୁରରେ ୯୭, ନୟାଗଡ଼ରେ ୭୧, ଭବାନିପାଟଣାରେ ୬୨, ତାଳଚେର, ଟିଟିଲାଗଡ଼, ପାରାଦ୍ୱୀପ, ଅନୁଗୋଳରେ ୫୦ରୁ ୬୦ମିମି ମଧ୍ୟରେ ବର୍ଷା ହୋଇଛି। ଏହାଛଡ଼ା ଚାନ୍ଦବାଲି, କଟକ, ବାଲେଶ୍ୱର, ଗୋପାଳପୁର, ବାରିପଦା, ହୀରାକୁଦ, ବଲାଙ୍ଗୀର, ଫୁଲବାଣୀ, ବୌଦ୍ଧ, ଛତ୍ରପୁର ଓ ରାୟଗଡ଼ାରେ ୩୦ରୁ ୫୦ମିମି ପର୍ଯ୍ୟନ୍ତ ବର୍ଷା ରେକର୍ଡ଼ କରାଯାଇଛି।
ମଙ୍ଗଳବାର ସକାଳ ସାଢ଼େ ୮ଟା ସୁଦ୍ଧା ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର ଆଦି ୫ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ କଳାହାଣ୍ଡି, ମାଲକାନଗିରି, କୋରାପୁଟ, ସୋନପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଆଦି ୮ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଖୋର୍ଦ୍ଧା, ନୟାଗଡ଼ ସମେତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ପ୍ରାୟ ୧୧ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ମଙ୍ଗଳବାର ସକାଳ ୯ଟାଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହିତ ୨୪ରୁ ୨୫ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଓ ମୟୂରଭଞ୍ଜରେ ପ୍ରବଳ ବଷାର ସମ୍ଭାବନା ରହିଛି। ଏସବୁ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories