www.samajalive.in
Sunday, December 7, 2025
14.1 C
Bhubaneswar

ବିଦ୍ୟୁତ୍ କାଟ୍‌ ପ୍ରତିବାଦ: ୧୨ ଘଣ୍ଟିଆ କଙ୍କଡାହାଡ ବନ୍ଦ

ଢେଙ୍କାନାଳ: ବାରମ୍ବାର ବିଦ୍ୟୁତ୍ କାଟ୍ ବିରୋଧରେ ତାତିଲେ ଲୋକେ। ସମସ୍ୟା ସମାଧାନ ପାଇଁ ଆଜି ବଣିକ ସଂଘ ଢେଙ୍କାନାଳ ଜିଲ୍ଲା କଙ୍କଡାହାଡରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛି । ସେମାନଙ୍କ ସହ ସ୍ଥାନୀୟ ଲୋକ ମଧ୍ୟ ସାମିଲ ହୋଇଛନ୍ତି। ତେବେ ପ୍ରତିବାଦରେ ସହରରେ ଥିବା ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ତେବେ ଉତ୍ତ୍ୟକ୍ତ ଲୋକମାନେ କଙ୍କଡାହାଡ ବିଦ୍ୟୁତ୍ ଅଫିସ ଘେରାଉ କରିଛନ୍ତି। ଅଭିଯୋଗ ହୋଇଛି ଯେ, କଙ୍କଡାହାଡ ବ୍ଲକ ର ବିଭିନ୍ନ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍ କାଟ୍‌ ହେଉଛି। ଏ ନେଇ ସ୍ଥାନୀୟ ଲୋକମାନେ ବାରମ୍ବାର ବିଦ୍ୟୁତ୍ ବିଭାଗ ଏବଂ ବିଡିଓଙ୍କୁ ଜଣାଇଥିଲେ । ହେଲେ କିଛି ସୁଫଳ ମିଳିନାହିଁ। ଏହାପରେ ଆଜି ବଣିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ ସହ ବିଦ୍ୟୁତ୍ କାର୍ଯ୍ୟାଳୟ ଘେରାଉ କରାଯାଇଛି।

 

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories