www.samajalive.in
Sunday, December 7, 2025
26.1 C
Bhubaneswar

ଚକଦର ପ୍ରକଳ୍ପକୁ ବିରୋଧ: ୧୨ ଘଣ୍ଟିଆ ତେଲକୋଇ ବନ୍ଦ

ତେଲକୋଇ: ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ। ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ କରି ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି। ସ୍କୁଲ, କଲେଜ, ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏପରିକି ଯାନବାହନ ଚଳାଚଳ ପୁରା ଠପ୍ ହୋଇପଡିଛି। ଚକଦର ପ୍ରକଳ୍ପ ବନ୍ଦ ସମନ୍ବୟ କମିଟି ଏହି ବନ୍ଦ ଡାକରା ଦେଇଛି। ଦୀର୍ଘ ୪୬ ବର୍ଷ ଧରି ସ୍ଥାନୀୟ ଲୋକ ଏହି ପ୍ରକଳ୍ପକୁ ବିରୋଧ କରିଆସୁଛନ୍ତି। କିନ୍ତୁ କିଛି ସୁଫଳ ମିଳିପାରିନି। ଫଳରେ ବାଧ୍ୟ ହୋଇ ଗ୍ରାମବାସୀମାନେ ଏଭଳି ପଦକ୍ଷେପ ନେଇଛନ୍ତି। ତେବେ ଆଜି ଚାରିଗଡ କଲେଜ ପଡିଆଠାରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରି ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି। ଲୋକଙ୍କ ସହ ସ୍ଥାନୀୟ ବିଧାୟକ ଡାକ୍ତର ଫକୀର ମୋହନ ନାଏକ ମଧ୍ୟ ସ୍ବର ମିଳାଇଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories