www.samajalive.in
Tuesday, December 9, 2025
26.1 C
Bhubaneswar

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର ବିଫଳ ହୋଇଛନ୍ତି। ମଙ୍ଗଳବାର ବିଧାନସଭାରେ ସରକାରଙ୍କ ଦ୍ବାରା ପ୍ରଦତ୍ତ ତଥ୍ୟରୁ ଏହା ସ୍ପଷ୍ଟ ହୋଇଛି। ବିଗତ ଦେଢ଼ ବର୍ଷ ମଧ୍ୟରେ ରାଜ୍ୟରେ ୧୩୬ ହାତୀ ପ୍ରାଣ ହରାଇଥିବା ସରକାର ମାନିଛନ୍ତି।

ଜଙ୍ଗଲ, ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ମଙ୍ଗଳବାର ଦେଇଥିବା ଲିଖିତ ଉତ୍ତରରେ ଦର୍ଶାଇଛନ୍ତି ଯେ, ଗତ ଦେଢ଼ ବର୍ଷ ମଧ୍ୟରେ ରାଜ୍ୟରେ ଶିକାରୀ ଦ୍ବାରା ୪ଟି, ଲୋକଙ୍କ ପ୍ରତିଶୋଧ ପରାୟଣତା ପାଇଁ ୪ଟି, ବିଦ୍ୟୁତ ଆଘାତରେ ୪୨ଟି, ଟ୍ରେନ ଧକ୍କାରେ ୪ଟି, ରୋଗଦ୍ବାରା ୩୧ଟି, ଅନ୍ୟାନ୍ୟ ପ୍ରାକୃତିକ କାରଣ ଦ୍ବାରା ୩୧ ହାତୀ ମୃତ୍ୟୁବରଣ କରିଛନ୍ତି। ୨୦ଟି ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

- Advertisement -

ହାତୀ ମୃତ୍ୟୁରେ ସଂଶ୍ଲିଷ୍ଟ ୯୨ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଉପରୋକ୍ତ ସମସ୍ତ ମାମଲାର ସ୍ଥିତିକୁ ନିୟମିତ ଭାବରେ ତଦାରଖ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories