www.samajalive.in
Thursday, December 11, 2025
23.1 C
Bhubaneswar

ରାଜ୍ୟରୁ ଆଉ ୧୩୮୪ ପଜିଟିଭ୍ ଚିହ୍ନଟ, ୩୭,୬୮୧ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରୁ ଆଜି ଆଉ ୧୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୪୯୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ମଙ୍ଗଳବାର ଚିହ୍ନଟ ୧୩୮୪ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭ ହଜାର ୬୮୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ତେବେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୩୮୪ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୮୮ ରହିଥିବା ବେଳେ ଖୋର୍ଦ୍ଧା ଜିଲାରୁ ୨୦୧, କଟକ ଜିଲାରୁ ୧୨୧ ରହିଛନ୍ତି । ସେହିପରି  ଅନୁଗୁଳରୁ ୧୪, ବାଲେଶ୍ୱରରୁ ୩୭, ବରଗଡ଼ରୁ ୧୦, ଭଦ୍ରକରୁ ୪୦, ବଲାଙ୍ଗୀରରୁ ୫, ବୌଦ୍ଧରୁ ୨, ଢେଙ୍କାନାଳରୁ ୫୧, ଗଜପତିରୁ ୩୮, ଜଗତସିଂହପୁରରୁ ୨୦, ଯାଜପୁରରୁ ୩୯, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୪୭, କନ୍ଧମାଳରୁ ୬୨, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୬୬, କୋରାପୁଟରୁ ୪୯, ମାଲକାନଗିରିରୁ ୩୪, ମୟୁରଭଞ୍ଜରୁ ୨୮, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୧, ନୂଆପଡ଼ାରୁ ୩, ପୁରୀରୁ ୩୪, ସମ୍ବଲପୁରରୁ ୮୨, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୬୪ ଜଣ ରହିଛନ୍ତି ।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୫ ଲକ୍ଷ ୭୦ ହଜାର ୫୯୦ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୩୭ ହଜାର ୬୮୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨୩ ହଜାର ୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୧୬ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ  ହୋଇଛି ଏବଂ ୩୯ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪ ହଜାର ୩୫୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Hot this week

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

Related Articles

Popular Categories