www.samajalive.in
Monday, December 8, 2025
27.1 C
Bhubaneswar

ରୁଦ୍ରପ୍ରୟାଗ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ଡେରାଡୁନ: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗ ଘଟଣାରେ ବଢୁଛି ମୃତ୍ୟୁ ଘଟଣା। ଏଯାବତ୍ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲାରେ ଶନିବାର ଏକ ଟେମ୍ପୋ ଟ୍ରାଭେଲର ଋଷିକେଶ-ବଦ୍ରିନାଥ ଜାତୀୟ ରାଜପଥରେ ଗିରିଖାତକୁ ଖସିପଡିବା ଫଳରେ ସେଥିରେ ଯାତ୍ରା କରୁଥିବା ୧୪ ଜଣ ପ୍ରାଣ ହରାଇଛନ୍ତି। ଆହତ ୧୨ଜଣଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ଉପୁଜିଛି। ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ହେଲିକପ୍ଟର ଯୋଗେ ଋଷିକେଶସ୍ଥିତ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ ବଦ୍ରିନାଥ ଓ କେଦାରନାଥ ଦର୍ଶନ ନିମନ୍ତେ ୨୬ ଜଣ ଶ୍ରଦ୍ଧାଳୁଙ୍କୁ ନେଇ ଉକ୍ତ ଟେମ୍ପୋ ଟ୍ରାଭେଲରଟି ଶୁକ୍ରବାର ରାତି ୧୧ଟାରେ ଦିଲ୍ଲୀରୁ ବାହାରିଥିଲା। ତେବେ ରାଇତୋଲି ଗ୍ରାମ ନିକଟରେ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଟେମ୍ପୋ ଟ୍ରାଭେଲରଟି ଅଳକାନନ୍ଦା ନଦୀଗର୍ଭକୁ ଖସିପଡିଥିଲା। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଏହି ଘଟଣାରେ ମୃତକଙ୍କ ପରିବାର ପ୍ରତି ଗଭୀର ଶୋକପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହିତ ଆହତଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇବାକୁ ସେ ଜିଲା ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories