www.samajalive.in
Monday, December 15, 2025
26.1 C
Bhubaneswar

ରାଉରକେଲାରେ ୧୪ଜଣଙ୍କ ମୃତ୍ୟୁ; ଅଂଶୁଘାତ ସନ୍ଦେହ

ସୁନ୍ଦରଗଡ: ଦିନକରେ ସୁନ୍ଦରଗଡ ଜିଲାରେ ୧୪ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ରାଉରକେଲା ଓ ଏହାର ଆଖପାଖ ଅଂଚଳରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହସ୍ପିଟାଲରେ ପହଞ୍ଚିବା ପୂର୍ବରୁ ୬ଜଣ ପ୍ରାଣ ହରାଇଥିବା ବେଳେ ୪ଜଣ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିବା ସୂଚନା ମିଳିଛି। ଜିଲାରେ ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ହସ୍ପିଟାଲରେ ରାଉରକେଲା ଏଡିଏମ୍‌‌ ଓ ପାନପୋଷ ଉପଜିଲ୍ଲାପାଳ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି। ଗୁରୁବାର ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଆଉ ୨୫ଜଣ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୫ରୁ ୬ଜଣ ଗୁରୁତର ରାଉରକେଲା ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories