www.samajalive.in
Saturday, December 6, 2025
16.1 C
Bhubaneswar

ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୦ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ମଙ୍ଗଳବାର ଆଉ ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୧୩୩ରେ ପହଞ୍ଚିଛି । ଆଜି ସୁସ୍ଥ ହୋଇଥିବା ୧୪୦ ଜଣଙ୍କ ମଧ୍ୟରୁ କଟକରୁ ୨୪, ଗଂଜାମରୁ ୨୨, ନୂଆପଡ଼ାରୁ ୨୧, ଯାଜପୁର, ଖୋର୍ଦ୍ଧା ଓ ଜଗତସିଂପୁରରୁ ୧୧ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୮, ବଲାଙ୍ଗୀର ଓ ଭଦ୍ରାଙ୍କରୁ ୭ ଜଣ ଲେଖାଏଁ, ଢେଙ୍କାନାଳରି ୫, ବରଗଡ଼, କେନ୍ଦ୍ରାପଡା ସମ୍ବଲପୁରରୁ ୩ ଜଣ ଲେଖାଏଁ ଏବଂ ବାଲେଶ୍ୱର ଓ ପୁରୀରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ମୋଟ ୧ଲକ୍ଷ ୮୨ ହଜାର ୩୮୪  ନମୁନା ପରିକ୍ଷଣ ହୋଇଥିବା ବେଳେ ୩ ହଜାର ୧୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ  ୨୧୩୩ ଜଣ ସୁସ୍ଥ ହୋଇଥିବା ବେଳେ ୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି ଏବଂ ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ୯୯୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚକିତ୍ସିତ ହେଉଛନ୍ତି ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories