www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ଚିହ୍ନଟ ହେଲେ ଆଉ ୧୪,୩୪୮ ସଂକ୍ରମିତ; ୮୦୫ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪,୩୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୮୦୫ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ସେହି ସମୟ ମଧ୍ୟରେ ୧୩,୧୯୮ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ମୋଟ ୩,୪୨,୪୬,୧୫୭ ଜଣ ସୁସ୍ଥ ହୋଇସାରିଛନ୍ତି । ଦେଶରେ ସଂପ୍ରତି ୧,୬୧,୩୩୪ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାଯାଇଛି । ଗୁରୁବାର ସଂଧ୍ୟା ସୁଦ୍ଧା ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୫୭,୧୯୧କୁ ବୃଦ୍ଧିପାଇଛି । ଦିନକ ମଧ୍ୟରେ କେବଳ କେରଳରେ ୭୮୩୮ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେହିଭଳି ଉକ୍ତ ରାଜ୍ୟରେ ୯୦ ଜଣ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । ଦେଶରେ ଦୈନିକ ସଂକ୍ରମଣ ହାର ୧.୧୨% ଓ ସାପ୍ତାହିକ ହାର ୧.୧୮% ରହିଥିବାବେଳେ ଆରୋଗ୍ୟ ହାର ୯୮.୧୯% ରହିଛି । ଗୁରୁବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୧,୦୪,୮୨,୦୦,୯୬୬ ପାନ କୋଭିଡ ଟିକା ଦିଆଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories