www.samajalive.in
Sunday, December 7, 2025
26.1 C
Bhubaneswar

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ ନାମଲେଖାରେ ୧୫ ପ୍ରତିଶତ ସଂରକ୍ଷଣ ସଂକଳ୍ପ ପାରିତ

ଭୁବନେଶ୍ବର: ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସିଖବର ଆଣିଛନ୍ତି ରାଜ୍ୟ ସରକାର। ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ସଂକଳ୍ପ ଆଣିଛନ୍ତି। ନାମଲେଖା ସମୟରେ ଏହି ସଂରକ୍ଷଣ ବ୍ୟବସ୍ଥା ପାଇପାରିବେ ସରକାରୀ ସ୍କୁଲର ଛାତ୍ରଛାତ୍ରୀ। ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏହି ସଂକଳ୍ପ ଆଗତ କରିଥିଲେ ଏବଂ ସର୍ବସମ୍ମତି କ୍ରମେ ଏହା ପାରିତ ହୋଇଥିବା ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ସଂକଳ୍ପକୁ ବିରୋଧୀ ଦଳର ସଦସ୍ୟମାନେ ମଧ୍ୟ ସମର୍ଥନ କରିଛନ୍ତି। ଦିନକୁ ଦିନ ରାଜ୍ୟରେ ସରକାରୀ ସ୍କୁଲରେ ପିଲାମାନଙ୍କ ସଂଖ୍ୟା କମିବାରେ ଲାଗିଛି। ଯାହାକୁ ନେଇ ଅଭିଭାବକ ଓ ଶିକ୍ଷାବିତଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଉଛି। ଏହାକୁ ଲକ୍ଷ୍ୟ କରି ସରକାର ଏହି ସଂକଳ୍ପ ଆଣିଛନ୍ତି। ଏ ସଂପର୍କରେ ଆବଶ୍ୟକ ସୁପାରିଶ କରିବା ପାଇଁ ଓଡିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ମାନ୍ୟବର ଜଷ୍ଟିସ୍‌ ଡଃ ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାପନ୍ନ କମିଟି ଗଠନ କରାଯାଇଥିଲା। ଏହି ଉଚ୍ଚକ୍ଷମତାପନ୍ନ କମିଟି ପରିସ୍ଥିତିର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ଓ ବିଶ୍ଳେଷଣ ପରେ ନିମ୍ନୋକ୍ତ ନିଷ୍କର୍ଷ ଓ ସୁପାରିଶ ପ୍ରଦାନ କରିଛନ୍ତି।

ଓଡିଶାରେ ସରକାରୀ ସ୍କୁଲ ମାନଙ୍କରେ ପ୍ରାୟ ୮୬ ପ୍ରତିଶତ ପିଲା ପାଠ ପଢୁଥିବା ବେଳେ, ରାଜ୍ୟ ମେଡିକାଲ କଲେଜରେ ସେମାନେ ୨୩ ପ୍ରତିଶତ ଏବଂ ଇଞ୍ଜିନିୟରିଂ କଲେଜରେ ୨୧ ପ୍ରତିଶତ ସିଟ୍‌ରେ ସ୍ଥାନ ପାଇପାରୁଛନ୍ତି । କିନ୍ତୁ ରାଜ୍ୟର ଘରୋଇ ସ୍କୁଲ ମାନଙ୍କରେ ମାତ୍ର ୧୨ ପ୍ରତିଶତ ପିଲା ପାଠ ପଢୁଥିବା ବେଳେ, ସେମାନେ ଉଭୟ ମେଡିକାଲ ଓ ଇଞ୍ଜିନିୟରିଂ କଲେଜର ୬୦ ପ୍ରତିଶତ ସିଟ୍‌ ପାଉଛନ୍ତି। ଏହା ସ୍ପଷ୍ଟ ଭାବରେ ସୂଚିତ କରୁଛି ଯେ କୋଚିଂ ପ୍ରତିଷ୍ଠାନ ଗୁଡିକ ଯାହାକି ଜାତୀୟ ପ୍ରବେଶିକା ପରୀକ୍ଷା ଗୁଡିକରେ ସଫଳତା ଲାଭ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି, ସେଠାରେ ନାମ ଲେଖାଇବା ପାଇଁ ଆର୍ଥିକ ତଥା ପାରିପାର୍ଶ୍ବିକ ସୁବିଧା ଅଭାବରୁ ଏଭଳି ବିଷମତା ସୃଷ୍ଟି ହେଉଛି। ଏହି ବିଷମତା ଦ୍ବାରା ସଂଖ୍ୟାଧିକ ଛାତ୍ରଛାତ୍ରୀ ପ୍ରଭାବିତ ହେଉଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ କମିଟି ନିମ୍ନୋକ୍ତ ସୁପାରିଶ ପ୍ରଦାନ କରିଛନ୍ତି।

- Advertisement -

– ରାଜ୍ୟର ସରକାରୀ ହାଇସ୍କୁଲ ମାନଙ୍କରେ ପାଠ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ୧୫ ପ୍ରତିଶତ ସ୍ଥାନ ସଂରକ୍ଷିତ ରହିବ ।

– ଏହି ସଂରକ୍ଷଣ ସୁବିଧା ସମସ୍ତ ସଂରକ୍ଷିତ ବର୍ଗ ତଥା ସାଧାରଣ ବର୍ଗର ପିଲାଙ୍କ ସ୍ଥାନ ସମେତ ସବୁ ସ୍ତରରେ ସମାନୁପାତିକ ଭାବେ ଲାଗୁ କରାଯିବ।

– ଏହାକୁ କାର୍ୟ୍ୟକାରୀ କରିବା ପାଇଁ ସରକାର ଓଡିଶା ପ୍ରଫେସନାଲ ଏଜୁକେସନାଲ ଇନଷ୍ଟିଚ୍ୟୁସନ୍‌ସ ( ରେଗୁଲେସନ ଅଫ ଆଡ୍‌ମିଶନ ଆଣ୍ଡ ଫିକ୍‌ସେସନ୍‌ ଅଫ ଫି) ଆକ୍ଟ, ୨୦୦୭ର ଧାରା ୯ ଅନୁଯାୟୀ ବିଜ୍ଞପ୍ତି ଜାରି କରିପାରିବେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories