www.samajalive.in
Friday, December 5, 2025
20.1 C
Bhubaneswar

ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୨୯୭କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୨୯୭କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଆଜି ଆଜି ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ୪୩ ଜଣ, ଜଗତସିଂହପୁରରୁ ୨୧, କନ୍ଧମାଳରୁ ୧୮, ଖୋର୍ଦ୍ଧା ରୁ ୧୨, ଭଦ୍ରକରୁ ୧୧, ଗଜପତିରୁ ୯ ଓ କଳାହାଣ୍ଡିରୁ ୭ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ବାଲେଶ୍ବର, ଦେବଗଡ, ଗଞ୍ଜାମ, ମୟୂରଭଞ୍ଜ ଏବଂ ସୁନ୍ଦରଗଡରୁ ୫ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।

- Advertisement -

ଅନ୍ୟପକ୍ଷରେ ବଲାଙ୍ଗୀର, ଝାରସୁଗୁଡା ଏବଂ ନୟାଗଡରୁ ୨ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି। କୋରାପୁଟର ଜଣେ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି।

ଆଜି ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୬୬ ରହିଛି। ମୃତ୍ୟୁ ସଂଖ୍ୟା ୧୧ରେ ସିମୀତ ଥିବବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଛି। ଅନ୍ୟପକ୍ଷରେ ରାଜ୍ୟରେ ଏଯାବତ ୨,୧୬,୬୦୭ଟି ନମୂନା ପରୀକ୍ଷା ହୋଇଛି। ଯେଉଁଥିରୁ ୪୬୭୭ ପଜିଟିଭ ଚିହ୍ନଟ ହୋଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories