www.samajalive.in
Friday, December 12, 2025
27.1 C
Bhubaneswar

ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୧୫୬ ପଜିଟିଭ୍ ଚିହ୍ନଟ, ୨୧୦୪ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ଆଜି ରାଜ୍ୟରେ ସର୍ବାଧିକ ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୱେବସାଇଟରେ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ବାରେଣ୍ଟାଇନ ସେଣ୍ଟର ଏବଂ ୩ ଜଣ ସ୍ଥାନୀୟ ବ୍ୟକ୍ତି ରହିଥିବା ଜଣାପଡିଛି ।

ଆଜି ଚିହ୍ନଟ ହୋଇଥିବା ୧୫୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡା ଜିଲ୍ଲାରୁ ସର୍ବାଧିକ ୫୦ ଜଣ ରହିଛନ୍ତି । ସେହିପରି କଟକ ଜିଲ୍ଲାରୁ ୨୦, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୧୪, ଯାଜପୁର ଜିଲ୍ଲାରୁ ୧୧, ଭଦ୍ରକରୁ ୭, ମୟୁରଭଞ୍ଜ,ନୂଆପଡା, ସୋନପୁର, ବରଗଡ, ନୟାଗଡ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବଂ ବଲାଙ୍ଗୀର,ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ , ବୌଦ୍ଧ,କେନ୍ଦୁଝର ଓ ମାଲକାନାଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୧୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏବଂ ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି । ଏଥି ସହିତ ବର୍ତ୍ତମାନ ରାଜ୍ୟରେ ୯୬୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories