www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ଆଉ ୧୬୦୨ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରୁ ଆଜି ଆଉ ୧୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୯୩ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୦୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଶନିବାର ଚିହ୍ନଟ ୧୬୦୨ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩ ହଜାର ୪୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୩୦୮ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୨୮୫, ଗଜପତିରୁ ୧୦୮, ରାୟଗଡାରୁ ୧୬୪ ରହିଛନ୍ତି । ସେହିପରି ଅନୁଗୋଳରୁ ୧୫, ବାଲେଶ୍ୱରରୁ ୨୯, ବରଗଡରୁ ୧୩, ଭଦ୍ରକରୁ ୨୦, ବଲାଙ୍ଗୀରରୁ ୩୮, ବୌଦ୍ଧ ରୁ୯, କଟକରୁ ୫୪, ଢେଙ୍କାନାଳରୁ ୪୯,  ଜଗତସିଂହପୁରରୁ ୧୯, ଯାଜପୁରରୁ ୪୪, ଝାରସୁଗୁଡ଼ା ରୁ ୭, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୪୫, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝରରୁ ୩୧, ଖୋର୍ଦ୍ଧାରୁ ୨୮୫, କୋରାପୁଟରୁ ୪୬, ମାଲକାନଗିରିରୁ  ୩୦, ମୟୁରଭଞ୍ଜରୁ ୩୯, ନବରଙ୍ଗପୁରରୁ୯ଜଣ, ନୟାଗଡ଼ରୁ ୩୩ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ୫୦ଜଣ, ସମ୍ବଲପୁରରୁ ୩୯ଜଣ, ସୋନପୁରରୁ ୬ଜଣ, ସୁନ୍ଦରଗଡରୁ ୬୨ଜଣ ରହିଛନ୍ତି ।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୫ ଲକ୍ଷ ୨୮ ହଜାର ୭୦୮ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ୩୩ ହଜାର ୪୭୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୦ ହଜାର ୫୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୭ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ  ହୋଇଛି ଏବଂ ୩୭ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨ ହଜାର ୭୩୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories